om academy

ସମଗ୍ର ଶିକ୍ଷା ସମ୍ମିଳନୀ କକ୍ଷରେ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟଗୁଡିକର ପ୍ରଧାନ ଶିକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

jsm

ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ବୌଦ୍ଧ ଜିଲ୍ଲାର ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟକ୍ରମର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଦିନ ୧୧ ଘଣ୍ଟା ସମୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲାର ସମସ୍ତ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଗୁଡିକର ପ୍ରଧାନ ଶିକ୍ଷକମାନେ ଯୋଗ ଦେଇଥିଲେ । ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଗୁଡିକର ରକ୍ଷଣ ବେକ୍ଷଣ ଓ ସୁରକ୍ଷା ନିମନ୍ତେ ମାନବ ସମ୍ବଳ ନିୟୋଜନ ଉପରେ ଜିଲ୍ଲା ଶିକ୍ଷା ଅଧିକାରୀ ଡା. ଉଦୟନାଥ ମାଝୀ ତାଲିମ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଖିଳ କୁମାର ପ୍ରଧାନ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.