pakka

ରେଙ୍ଗଳ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ‌‌

bbehera

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ରେଙ୍ଗଳ ଗ୍ରାମ ପଞ୍ଚାୟତର ରେଙ୍ଗଳ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଭାପତିତ୍ୱ କରିଥିଲେ ପ୍ରାକ୍ତନ ମଣ୍ଡଳ ସହ ଶିକ୍ଷା ଅଧିକାରୀ ଶ୍ୟାମସୁନ୍ଦର ଦାସ । ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସାଗରିକା ବଡ଼ଜେନା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅଧିବକ୍ତା ଅର୍ଜୁନ ଚରଣ ସାମନ୍ତରାୟ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ଶିକ୍ଷକ ଦୁର୍ଯ୍ୟୋଧନ ସାହୁ, ପ୍ରାକ୍ତନ ଶିକ୍ଷକ ନରେନ୍ଦ୍ର କୁମାର ଜେନା, ଗୋଦାସାହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପାଳ ମହାପାତ୍ର, ଯମୁନା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧବଳେଶ୍ୱର କୁନ୍ତଳ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରେଙ୍ଗଳର ମନୋରଞ୍ଜନ ମହାରଣା, ପ୍ରାକ୍ତନ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବରିଷ୍ଠ ଶିକ୍ଷକ ତଥା ପରିବେଶ କର୍ମୀ ମିଟୁ କିଶୋର ପ୍ରଧାନ, ବିଦ୍ୟାଳୟର ପରିଚାଳନା କମିଟିର ଚେୟାରମ୍ୟାନ ଧାଡୁବନ୍ଧୁ ଲେଙ୍କା, ସ୍ଵେଚ୍ଛାସେବୀ ଶିବପ୍ରସାଦ ସାମନ୍ତ ଯୋଗ ଦେଇଥିଲେ । ବିଦ୍ୟାଳୟ ପରିଚାଳନା କମିଟି, ଶିକ୍ଷକ ଅଭିଭାବକ କମିଟି ଓ ମାତୃ ଶିକ୍ଷକ କମିଟିର ସଦସ୍ୟ ସଦସ୍ୟା ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅତିଥି ପରିଚୟ ପ୍ରଦାନ କରିବା ସହିତ ବାର୍ଷିକ ବିବରଣୀ ପଠନ କରିଥିଲେ । ସର୍ବପ୍ରଥମେ ଜଗତର ନାଥ ଜଗନ୍ନାଥଙ୍କ ନିକଟରେ ଧୂପ ଦୀପ ପ୍ରଦାନ କରାଯିବା ସହିତ ମାଲ୍ୟାର୍ପଣ କରାଯାଇଥିଲା । ବକ୍ତାମାନେ ଶୈକ୍ଷିକ ସହଶୈକ୍ଷିକ ଉପରେ ଆଲୋକପାତ କରିଥିଲେ । ଶିକ୍ଷାର ଉନ୍ନତି ହେଲେ ରାଜ୍ୟ ତଥା ଦେଶ ସମୃଦ୍ଧ ହେବ ବୋଲି ମୁଖ୍ୟବକ୍ତା କହିଥିଲେ । ସରପଞ୍ଚ ମହୋଦୟା ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ବାର୍ଷିକ କ୍ରୀଡାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା ।ସର୍ବ ଶେଷରେ ଶିକ୍ଷୟିତ୍ରୀ ସଂଯୁକ୍ତା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ମଞ୍ଚ ପରିଚାଳନାରେ ସହଯୋଗ କରିଥିଲେ ଶିକ୍ଷୟିତ୍ରୀ ସର୍ମିଳା ପ୍ରଧାନ, ବାସନ୍ତୀ ଝାଙ୍କା, ଲକ୍ଷ୍ମୀ ହୋ, ପ୍ରିୟଙ୍କା ମୁଣ୍ଡା ମାଝୀ ।ପରେ ପରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ନୃତ୍ୟ ସଙ୍ଗୀତ ପରିବେଷଣ କରାଯାଇଥିଲା ।

jay balangir
Leave A Reply

Your email address will not be published.

eighteen − two =

error: Content is protected !!