ସୋଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଜନଭାଗିଦାରୀ ଜରିଆରେ ଜି-୨୦ କାର୍ଯ୍ୟକ୍ରମକୁ ଫଳପ୍ରଦ କରିବା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଓଡ଼ିଶାରେ ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ସଂଗଠନ ପକ୍ଷରୁ ପ୍ରାୟ ମାସେ ବ୍ୟାପୀ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହି କ୍ରମରେ ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ସେମାନଙ୍କୁ ଭାରତର ଜି-୨୦ ଅଧ୍ୟକ୍ଷତା ଏବଂ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ସମ୍ପର୍କରେ ସଚେତନ କରାଯାଇଥିଲା । ଆସନ୍ତା ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ଏହି ବୈଠକ ଆୟୋଜନ କରାଯିବ ।

Leave A Reply

Your email address will not be published.