ମାଲକାନଗିରି ଠାରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ମାଲକାନଗିରି, (ପିଆଇବି) : ଆସନ୍ତା ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ମାଲକାନଗିରି ଜିଲ୍ଲାରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ । କୁଡୁମୁଲୁଗୁମା ଡାରୱିନ ମେମୋରିଆଲ ଡିଗ୍ରୀ କଲେଜ୍ ପରିସରରେ ପ୍ରବନ୍ଧ ଲିଖନ ଏବଂ ଗୋଷ୍ଠୀ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ସେହିପରି ମାଲକାନଗିରି କଲେଜ ପରିସରରେ ପଦଯାତ୍ରା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏଥିରେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ଜି-୨୦ ଶିଖର ସମ୍ମିଳନୀର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ । ୟୁଥ ରେଡକ୍ରସ ସହଯୋଗରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Leave A Reply

Your email address will not be published.