pakka

ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ପକ୍ଷରୁ ଆର୍ଥିକ ସାକ୍ଷରତା ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ

bbehera

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଭାରପ୍ରାପ୍ତ ସ୍ୱଳ୍ପ ସଞ୍ଚୟ ଅଧିକାରୀ ବିରଞ୍ଚି କୁମାର ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ମୁଖ୍ୟ ଅତିଥି ଭାବରେ ଭାରପ୍ରାପ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା ଓ ମୁଖ୍ୟବକ୍ତା ଭାବରେ ବୌଦ୍ଧ ଷ୍ଟେଟ ବ୍ୟାଙ୍କର ମୁଖ୍ୟ ଶାଖା ପରିଚାଳକ ପ୍ରଦୀପ କୁମାର ନାଏକ ଯୋଗଦେଇ ନିଜର ଧନକୁ କିପରି ଡାକଘରେ କିମ୍ବା ସ୍ୱୀକୃତିପ୍ରାପ୍ତ ବ୍ୟାଙ୍କମାନଙ୍କରେ ଜମାରଖି ସୁରକ୍ଷିତ ରହିବାକୁ ପରାମର୍ଶ ଦେଇଥିଲେ । ଚିଟଫଣ୍ଡ ଭଳି କମ୍ପାନୀମାନଙ୍କ ପ୍ରଲୋଭନରେ ପଡି ଅଧିକ ସୁଧ ଆଶାରେ ମୂଳ ଟଙ୍କା ହରାଇବାକୁ ପଡିବ ବୋଲି ଅତିଥିମାନେ ସତର୍କ କରାଇଦେଇଥିଲେ । ଏହି ଶିବିରରେ ଅନ୍ୟତମ ଅତିଥି ଭାବରେ ବୌଦ୍ଧ ମୁଖ୍ୟ ଡାକଘର ଡାକପାଳ କାଳୀ ପ୍ରସନ୍ନ ହୋତା ଓ ଅତିରିକ୍ତ ଜିଲ୍ଲା କୋଷାଗାର ଅଧିକାରୀ ଅଜୟ କୁମାର ବାରିକ ଯୋଗଦେଇ ଜମାକାରୀମାନଙ୍କୁ ନିଜର କଷ୍ଟ ଅର୍ଜିତ ଧନକୁ ସୁରକ୍ଷିତ ରଖିବାକୁ ପରାମର୍ଶ ଦେଇଥିଲେ । ସଭା ପ୍ରାରମ୍ଭରେ ସ୍ୱଳ୍ପ ସଞ୍ଚୟ ଅଧିକାରୀ ଶ୍ରୀ ଧରୁଆ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ପେନ୍‌ଶନ୍‌ଧାରୀ, ସ୍ୱଳ୍ପ ସଞ୍ଚୟ ଏଜେଣ୍ଟ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

Leave A Reply

Your email address will not be published.

19 − 7 =