ଅକ୍ଟୋବର ୧୦ ତାରିଖରେ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଶିବତଳା ଗ୍ରାମରେ ପଞ୍ଚାୟତ ଲୋକ ସେବା ଶିବିର ଅନୁଷ୍ଠିତ ହେବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅକ୍ଟୋବର ୧୦ ତାରିଖ ପୂର୍ବାହ୍ନ ୮ ଘଟିକା ଠାରୁ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଶିବତଳା ଗ୍ରାମ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପଞ୍ଚାୟତ ଲୋକ ସେବା ଶିବିର ଅନୁଷ୍ଠିତ ହେବ । ଏହି ପଞ୍ଚାୟତ ଲୋକ ସେବା ଶିବିରରେ ଜିଲ୍ଲାର ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ ତରଫରୁ କାର୍ଯ୍ୟକାରୀ ହେଉଥିବା ଜନହିତକର ଓ ଲୋକାଭିମୁଖୀ ଯୋଜନା ଗୁଡିକ ସମ୍ପର୍କରେ ପଞ୍ଚାୟତ ଅନ୍ତର୍ଗତ ଗ୍ରାମର ଗ୍ରାମବାସୀଙ୍କୁ ସଚେତନ କରିବା ପାଇଁ ବିଭାଗୀୟ ଷ୍ଟଲ ସହ ଯୋଜନା ସମ୍ପର୍କିତ ସୂଚନା ସମ୍ବଳିତ ବ୍ୟାନର ଲଗାଯିବା । ଏତଦ୍‌ବ୍ୟତୀତ ପଞ୍ଚାୟତ ଲୋକ ସେବା ଶିବିରରେ ସ୍ୱାସ୍ଥ୍ୟ ବିଭାଗ, ପ୍ରାଣୀ ସମ୍ପଦ ବିଭାଗ, ଶ୍ରମ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଉଦ୍ୟାନ କୃଷି ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ, ମିଶନ ଶକ୍ତି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ, ବୟନ ଶିଳ୍ପ ଓ ହସ୍ତତନ୍ତ ବିଭାଗ ତଥା ଅନ୍ୟାନ୍ୟ ବିଭାଗର ଯୋଜନା ସମ୍ପର୍କରେ ସଚେତନତା ସହ ଯୋଗ୍ୟ ହିତାଧିକାରୀମାନଙ୍କୁ ବିଭାଗୀୟ ସହାୟତା ଓ ପରାମର୍ଶ ଦିଆଯିବ । ଶିବତଳା ଗ୍ରାମରେ ଅନୁଷ୍ଠିତ ହେବାକୁଥିବା ଏହି ପଞ୍ଚାୟତ ଲୋକ ସେବା ଶିବିରରେ ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେବେ । ଶିବିରରେ ସମ୍ପୃକ୍ତ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗ୍ରାମର ଗ୍ରାମବାସୀମାନେ ବହୁ ସଂଖ୍ୟାରେ ଯୋଗଦାନ କରି ବିଭିନ୍ନ ଯୋଜନା ଗୁଡିକର ସୁଯୋଗ ନେବା ପାଇଁ ଅନୁରୋଧ କରାଯାଉଛି ।

Leave A Reply

Your email address will not be published.

two × three =