oom

ଖଇରା ସତ୍ୟ ମହିମା ସଂସ୍କୃତ ବିଦ୍ୟାପୀଠଠାରେ ବ୍ଲକସ୍ତରୀୟ ସୁରଭି ମହୋତ୍ସବ ଅନୁଷ୍ଠିତ

jsmm

କପିଲାଭଟା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ଗାଁରେ ଥିବା ସତ୍ୟ ମହିମା ସଂସ୍କୃତ ବିଦ୍ୟାପୀଠଠାରେ ବ୍ଲକସ୍ତରୀୟ ସୁରଭି ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାପୀଠର ପ୍ରଧାନ ପଣ୍ଡିତ ଅକ୍ଷୟ କୁମାର ତ୍ୟାଗୀଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଶିକ୍ଷାଧିକାରୀ ବୈକୁଣ୍ଠ ନାଥ ଶବର, ମୁଖ୍ୟବକ୍ତା ଭାବେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଶିକ୍ଷକ ଡ଼. ନାରାୟଣ ମିଶ୍ର, ସମ୍ମାନିତ ଅତିଥି ଭାବେ ଏବିଇଓ ଜୟନ୍ତ ପ୍ରଧାନ ଓ ଖଇରା ପଞ୍ଚାୟତ ସରପଞ୍ଚ ବବିତା ବାଗ, ପ୍ରାଥମିକ ଶିକ୍ଷକ ସଂଘର ସଭାପତି କୋଷରାଜ ବେହେରା, ବିଆରଟି ସଦାଶିବ ରଣାଙ୍କ ସହ ବିଭିନ୍ନ କ୍ଲଷ୍ଟର ସିଆରସିସିମାନେ ଅତିଥି ଭାବେ ଯୋଗ ଦେଇଥିଲେ । ବଙ୍ଗୋମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ଜିତାମିତ୍ର ବିଶି ସଭା ସଂଯୋଜନା କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । କୃତି ପ୍ରତିଯୋଗୀମାନଙ୍କୁ ଜିଲ୍ଲାସ୍ତରୀୟ ପ୍ରତିଯୋଗୀତାରେ ସାମିଲ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ବିଆରଟି ଲକ୍ଷ୍ମୀକାନ୍ତ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.