jayashree

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ମହକ’ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ମହକ’ ଜିଲ୍ଲା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ଥିବା ଶିଶୁ ଯତ୍ନ ଅନୁଷ୍ଠାନ ମାନଙ୍କରେ ରହୁଥିବା ଶିଶୁମାନଙ୍କୁ ନେଇ ‘ମହକ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉଦ୍‌ଘାଟନୀ ଉତ୍ସବରେ ଜିଲ୍ଲା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପାଲାକା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ଜିଲ୍ଲା ବାଲ୍ୟବିବାହ ପରାମର୍ଶଦାତା ରାକେଶ ପ୍ରଧାନ ପ୍ରମୁଖ ଯୋଗଦାନ କରିଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ସ୍ୱାଗତ ବକ୍ତବ୍ୟ ଦେବା ସହ କାର୍ଯ୍ୟକ୍ରମର ବିବରଣୀ ପଠନ କରିଥିଲେ । ବିଜୟ ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିବା ବେଳେ ବ୍ରତାନନ୍ଦ ଭୋଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସେହିପରି ଅପରାହ୍ନରେ ଅନୁଷ୍ଠିତ ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ଚରିତ୍ର ଗଠନ ଓ ବ୍ୟକ୍ତିତ୍ୱର ବିକାଶ ଉପରେ ସାର ଗର୍ଭକ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଡିଏସ୍‌ପି ସଦର, ଶିଶୁ ମଙ୍ଗଳ କମିଟି ସଭ୍ୟା ରଞ୍ଜିତା ସାହୁ, ଡିଆଇପିଆର୍‌ଓ ଶ୍ରୀ ଭୋଇ, ଡିସିପିଓ ଶ୍ରୀ ଦାଶ ମଂଚାସୀନ ରହିଥିଲେ । ଦିବସ ପରିପ୍ରେକ୍ଷୀରେ ଶିଶୁମାନଙ୍କୁ ନେଇ ଅନୁଷ୍ଠିତ ଗୀତ, ନୃତ୍ୟ, ତର୍କ, ସାଧାରଣ ଜ୍ଞାନ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ଅତିଥି ବୃନ୍ଦ ଟ୍ରଫି ଓ ମାନପତ୍ର ପ୍ରଦାନ ପୂର୍ବକ ପୁରସ୍କୃତ କରିଥିଲେ । ଏହି କାର୍ଯ୍ୟକ୍ରମରେ କେଶବ ମେହେର, ସରିତା ସୁନା, ରୁଦ୍ର ପ୍ରସନ୍ନ ମିଶ୍ର, ପ୍ରଶାନ୍ତ ମହାକୁଡ଼, ଥବୀର କାଲସାଏ, ବିଶେଶ୍ୱର ହୋତା, ସ୍ୱାଗତ ରାଜ ମିଶ୍ର, ସିଦ୍ଧାନ୍ତ ସୁନା ପ୍ରମୁଖ କର୍ମଚାରୀ ସହଯୋଗ କରିଥିଲେ ।

Leave A Reply

Your email address will not be published.