oom

ମ. ରାମପୁର ବ୍ଲକ ମିଶନ ଶକ୍ତି ପକ୍ଷରୁ ଋଣ ମେଳା ଅନୁଷ୍ଠିତ

jsmm

ମ.ରାମପୁର, (ହେମନ୍ତ ସାହୁ) : ଆଜି କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବ୍ଲକର ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଏକ ଋଣ ମେଳା ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ୧୭୯ ଗୋଟି ସ୍ଵୟଂ ସହାୟକ ଗୋଷ୍ଠୀ ଗୁଡ଼ିକୁ ସର୍ବମୋଟ ୪ କୋଟି ୫୦ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୂପିନ୍ଦର ସିଂ ଯୋଗ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ମନ୍ଦାକିନୀ ସିଂହଦେଓ, ଜିଲ୍ଲା ପ୍ରକଳ୍ପ ଅଧିକାରୀ (ମିଶନ ଶକ୍ତି), ଜିଲ୍ଲା ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ଏବିଡ଼ିଓ ଲକ୍ଷ୍ମଣ ପ୍ରଧାନ, ବିପିସି ସତ୍ୟବାନ୍ ସାହୁ, ବିପିଏମ ଦୀପ୍ତି କିଶୋର ନାୟକ, ଭାରତୀୟ ଷ୍ଟେଟବ୍ୟାଙ୍କ ମୁଖ୍ୟ ମ. ରାମପୁର/ଉର୍ଲାଦାନି, ଉତ୍କଳ ଗ୍ରାମୀଣ ବ୍ୟାଙ୍କ ମୁଖ୍ୟ ମ. ରାମପୁର/ ମୋହନଗିରି ସହ ଓଡ଼ିଶା ଜୀବିକା ମିଶନର ସମସ୍ତ ପଞ୍ଚାୟତର ଏମବିକେ, ୪ ଜଣ ବ୍ୟାଙ୍କ ମିତ୍ର, ସିଆରପି ପ୍ରମୁଖ ଯୋଗ ଦେଇଥିଲେ ।

jittmm
Leave A Reply

Your email address will not be published.