jayashree

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଜି କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ନର୍ଲା ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଏଥିରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୪ ଜଣଙ୍କର ନାମ ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୩୦ ଗୋଟି ଅଭିଯୋଗ ରହିଥିବା ବେଳେ ୧୪ ଟି ସାମୁହିକ ଅଭିଯୋଗ ରହିଥିଲା । ଶିବିରରେ ୭ ଗୋଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା । ସମସ୍ତଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହିତ ତୁରନ୍ତ ସମସ୍ୟାର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ଯୁଗ୍ମ ଶୁଣାଣିରେ ଅନ୍ୟମାନକ ମଧ୍ୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢିଙ୍କ ସମେତ ସି.ଡି.ଏମ୍‌.ଓ, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକ ଅଧ୍ୟକ୍ଷ, ବି.ଡି.ଓ, ତହସିଲଦାର, ବ୍ଲକସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ ।

Leave A Reply

Your email address will not be published.