ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସବଡେଗା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ । ଏଥିରେ ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୬୨ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୨୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୨୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୦ ଗୋଟି ଅଭିଯୋଗ ଗୁଡ଼ିକର ତତକ୍ଷଣାତ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୦ ଗୋଟି ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସାନ୍ତା ନୂତନ ସାମଦ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।