ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ବେହେରେନସିଲେଟ ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷକ କୃଷ୍ଣ ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ୨୦୨୫-୨୬ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପଲତା ମୌଳିକ, ମୁଖ୍ୟ ବକ୍ତା ଭାବେ ପ୍ରକୃତି ପ୍ରେମୀ ତଥା ହିଆଳଁ କ୍ଲଷ୍ଟର ସିଆରସିସି ବିରଞ୍ଚି ନାରାୟଣ ଦାସ ଯୋଗ ଦେଇଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟମାନେ ମଞ୍ଚାସିନ ଥିଲେ । ଏହି ଅବସରରେ ବିଦ୍ୟାଳୟର ପୁରାତନ ଛାତ୍ର ଯେଉଁମାନେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଛନ୍ତି, ସେମାନଙ୍କୁ ସମ୍ମାନିତ କରାଯାଇଥିଲା ବେଳେ ଯେଉଁ ଛାତ୍ରଛାତ୍ରୀମାନେ ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବିଜେତା ହୋଇଛନ୍ତି ସେମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା । ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Leave A Reply

Your email address will not be published.