ନୂଆପଡା, (କେପିଏନ୍ଏସ୍) : ନୂଆପଡା ଜିଲ୍ଲା ସଦରମହକୁମା ସ୍ଥିତ ସଦଭାବନା ସଭାଗୃହରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳଙ୍କ ସହ ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାନ, ବନଖଣ୍ଡ ଅଧିକାରୀ (ବନ୍ୟପ୍ରାଣୀ), ସମୀର କୁମାର ସାହୁ, ବନଖଣ୍ଡ ଅଧିକାରୀ, (କେନ୍ଦୁପତ୍ର) ଏ ମାଧବୀଲତା, ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଣଜିତ୍ ନାୟକ, ଉପଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ଧନେଶ୍ଵର ସେଠୀ, ନୂଆପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ତାରେଶ୍ୱରୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଆଜିର ଶିବିରରେ ୮୧ଗୋଟି ବ୍ୟକ୍ତିଗତ ଓ ୧୦ଟି ଗୋଷ୍ଠୀଗତ ଏଭଳି ମୋଟ ୯୧ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ । ଏହି ଅବସରରେ, ଜିଲ୍ଲାପାଳ ବେଦବାଇ ଶବର ଓ ଜାନକୀଙ୍କୁ ୫ ହଜାର ଟଙ୍କା ଲେଖାଏଁ ତତ୍କାଳିନ ସହାୟତା ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ପ୍ରଦାନ କରିଥିଲେ । ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ପ୍ରକାଶ ସାହୁ, ଡେପୁଟୀ କଲେକ୍ଟର ଚିନ୍ମୟ ସାଗର ଓ ଲଲାଟେନ୍ଦୁ ଦଣ୍ଡସେନା ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ । ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଚିକିତ୍ସା ଶିବିର ଆୟୋଜିତ ହୋଇଥିଲା । ଅପରାହ୍ନରେ ବିରୋମାଲ ଗ୍ରାମ ପଂଚାୟତରେ ପରିବର୍ଦ୍ଧିତ ଜନଶୁଣାଣି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏଥିରେ ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ, ପ୍ରାଣୀ ପାଇଁ ଦିନଟିଏ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।