mahavir

ମାୟାବର୍ହା ହାଇସ୍କୁଲରେ ନୂତନ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ଆଜି ନୂତନ ଭାବରେ ନବମ ଶ୍ରେଣୀରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭା ସଂଯୋଜନା କରିଥିବା ବେଳେ ଛାତ୍ରୀ ଶ୍ରୀମୟୀ ସେଠୀ, ଆୟୁଷି ନାୟକ, ପ୍ରୀତି ପ୍ରଧାନ ଓ ଦୀପ୍ତିଶିଖା ବାଗ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ । ବିଦ୍ୟାଳୟର ପରିଚାଳନା କମିଟି ସଦସ୍ୟ ଭକ୍ତଭୋଇ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ଉଦବୋଧନ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବରେ ପୂର୍ବତନ ପ୍ରଧାନ ଶିକ୍ଷକ ମନୋଜ କୁମାର ପୂଜାରୀ, କନ୍ଦାଗାଡ ହାଇସ୍କୁଲର ପୂର୍ବତନ ଶିକ୍ଷକ ସମ୍ପଦ ଖମାରୀ, ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ମଞ୍ଚାସିନ ହୋଇ ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ । ମୁଖ୍ୟବକ୍ତା ଭାବରେ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କ ଅନ୍ତର୍ନିହିତ ବିକାଶର ଉପଯୁକ୍ତ ମାଧ୍ୟମ ବିଦ୍ୟାଳୟ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଫୁଲ ଓ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା । ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଦଶମ ଶ୍ରେଣୀର ଆଭା ସାହୁ , ପ୍ରୀତି ପ୍ରଧାନ, ଆୟୁଷି ନାୟକ ଓ ନବମ ଶ୍ରେଣୀର ଡଲି ସାହୁ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ ପ୍ରଦାନ କରିଥିବା ବେଳେ ସଞ୍ଜୀବ ପୂଜାରୀ, କିରଣ କୁମାର ପଟେଲ, ଲିପି ପ୍ରଧାନ, ସୁନିଲ ପ୍ରଧାନ, ବିଭୀଷଣ ଖମାରୀ, ସୁରଜ ଖମାରୀ, ସମୀର କଥାର, ଶୋଭାଗିନୀ ସାହୁ, ସୂର୍ଯ୍ୟକାନ୍ତ କାଣ୍ଡ ଓ ମୀନକେତନ ଦାସ ସହଯୋଗ କରିଥିଲେ ।

Leave A Reply

Your email address will not be published.