jayashree

ନୂଆଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, (କେପିଏନ୍‌ଏସ୍‌) : ନୂଆଗାଁ ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଓ ସୁନ୍ଦରଗଡ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ମୋଟ ୬୦ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା । ସେଥି ମଧ୍ୟରୁ ୧୭ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୪୧ଟି ସାମୂହିକ ଅଭିଯୋଗ ରହିଥିଲା । ଏଥି ମଧ୍ୟରୁ ୨ଗୋଟି ଅଭିଯୋଗର ତତ୍‌କ୍ଷଣାତ ସମାଧାନ କରାଯାଇଥିଲା । ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଥିିକ ସହାୟତା ପାଇଁ ଦୁଇ ଜଣ ବ୍ୟକ୍ତି ଆବେଦନ କରିଥିଲେ । ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁରଂଜନ ସାହୁ, ପାନପୋଷ ଉପଜିଲ୍ଲାପାଳ ଚନ୍ଦ୍ରକାନ୍ତ ମଲ୍ଲିକ, ପିଏଆଇଟିଡିଏ ପାନପୋଷ ବିକ୍ରାଣୀ କିସପଟ୍ଟା, ନୂଆଁ ଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜ୍ୟୋତିବିକାଶ ଦାଶ ସମେତ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.