
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି(କ)ପଞ୍ଚାୟତ ଦେବଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ‘ଏକ ପେଡ୍ ମାଁ କେ ନାମ୍’ ଅଭିଯାନ ଅନ୍ତର୍ଗତ ୭୭ତମ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନଶିକ୍ଷକ ଗଣାଧିପ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନାକୁମାରୀ ବେହେରା ମୁଖ୍ୟ ଅତିଥି, ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢ଼ିହାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୋଦଣ୍ଡଧର ଭୋଇ ସମ୍ମାନିତ ଅତିଥି ତଥା ଡିଏଭି କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ଶିବପ୍ରସାଦ ବେହେରା ଓ ବଲାଙ୍ଗିର ପିଆର୍ ହାଇସ୍କୁଲ ପ୍ରଧାନଶିକ୍ଷୟିତ୍ରୀ ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇଥିଲେ । ଏହି ଅବସରରେ ବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ ପାଇଁ ପରାମର୍ଶ ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ସିଆରସିସି, ବିଦ୍ୟାଳୟର ସହକାରୀ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଓ ସମସ୍ତ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ ।

