jayashree

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ସମସ୍ତ ୧୧ଗୋଟି ବିଦ୍ୟାଳୟରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଅଧୀନରେ ପରୀକ୍ଷା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଏହି ସାକ୍ଷରତା ପରୀକ୍ଷା କାର୍ଯ୍ୟକ୍ରମକୁ ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ର ରଣ୍ଡା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଏବଂ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲକ୍ଷ୍ମଣ ପଧାନ ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ଓ ମଲମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ପ୍ରତ୍ୟକ୍ଷ ଭାବେ ପରିଦର୍ଶନ କରି ପରୀକ୍ଷା ପରିଚାଳନାର ସମୀକ୍ଷା କରିଥିଲେ । ଏହି ସମୟରେ ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲ ଉପସ୍ଥିତ ରହି ପରୀକ୍ଷାର ସମସ୍ତ ପରିଚାଳନା କାର୍ଯ୍ୟ ନିରୀକ୍ଷଣ ଓ ସହାୟତା ପ୍ରଦାନ କରିଥିଲେ । ପରୀକ୍ଷା କେନ୍ଦ୍ର ପରିଦର୍ଶନ ଅବସରରେ ଶିକ୍ଷା ଅଧିକାରୀ ମାନେ ନବ ସାକ୍ଷର ପରୀକ୍ଷାର୍ଥୀ ମାନଙ୍କ ସହ ଆଲୋଚନା କରିଥିଲେ ଏବଂ ସେମାନଙ୍କର ଉତ୍ସାହକୁ ପ୍ରଶଂସା କରିଥିଲେ । ସମାଜରେ ଶିକ୍ଷାର ପ୍ରସାର ଓ ସାକ୍ଷରତା ହାସଲ ପାଇଁ ‘ଉଲ୍ଲାସ’ ଯୋଜନାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ମତପ୍ରକାଶ କରିଥିଲେ। ଏହି ପରୀକ୍ଷା ପରିଚାଳନାରେ କ୍ଲଷ୍ଟରର ଶିକ୍ଷକ-ଶିକ୍ଷୟିତ୍ରୀ, ସ୍ୱେଚ୍ଛାସେବୀ ଓ ଅଭିଭାବକ ମାନେ ସହଯୋଗ ପ୍ରଦାନ କରିଥିଲେ।

Leave A Reply

Your email address will not be published.