jayashree

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ପିପଲବାହାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ମଲମୁଣ୍ଡା ସିଆର୍‌ସିସି ପ୍ରମୋଦ କୁମାର ପଟେଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ପୁଇଁତଲା ସରପଞ୍ଚ ଶ୍ରୀମତୀ ଦେବକୀ ସେଠ ଯୋଗଦେଇ ଶିଶୁମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ତଥା ସେମାନଙ୍କ ସୃଜନଶୀଳତାର ପରିପ୍ରକାଶ ପାଇଁ ‘ସୁରଭି’ ଏକ ଶ୍ରେଷ୍ଠ ମାଧ୍ୟମ ବୋଲି ସେ ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ପୁଇଁତଲା ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ତ୍ରିନାଥ ପାତ୍ର, ସ୍ଥାନୀୟ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରସନ୍ନ କାଲସାଏ, ବୁବେଲ ସିଆରସିସି ମାନସ କୁମାର ପାଣିଗ୍ରାହୀ, ସିଆର୍‌ସିସି ଅଜିତ କୁମାର ଶତପଥୀ, ବଇରାସର ସିଆର୍‌ସିସି ରଞ୍ଜିତ ମିଶ୍ର, ଛତାମଖନା ସିଆର୍‌ସିସି ବସନ୍ତ କୁମାର ବେହେରା ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହ ଗୁଣାତ୍ମକ ଶିକ୍ଷା ଓ ସହ-ପାଠ୍ୟକ୍ରମର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ କ୍ଲଷ୍ଟର ଅଧୀନସ୍ଥ ୧୧ଟି ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକ୍ତୃତା, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, ଦେଶାତ୍ମବୋଧକ ସଙ୍ଗୀତ, ଦଳଗତ ସାଂସ୍କୃତିକ ନୃତ୍ୟ ପ୍ରତିଯୋଗିତା, ହସ୍ତାକ୍ଷର ତଥା କୁଇଜ୍, ଭଳି ଉପ-କନିଷ୍ଠ, କନିଷ୍ଠ ଓ ବରିଷ୍ଠ ବର୍ଗରେ ସମୁଦାୟ ୨୬ ଗୋଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତୀ ପ୍ରତିଯୋଗୀମାନଙ୍କୁ ପ୍ରମାଣପତ୍ର ଓ ଟ୍ରଫି ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ ଓ ଉତ୍ସାହିତ କରାଯାଇଥିଲା । ଏଠାରେ ପ୍ରଥମ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀ ମାନେ ଆଗାମୀ ବ୍ଲକ ସ୍ତରୀୟ ‘ସୁରଭି’ ମହୋତ୍ସବରେ ମାଳମୁଣ୍ଡା କ୍ଲଷ୍ଟରକୁ ପ୍ରତିନିଧିତ୍ୱ କରିବେ । କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ସିଦ୍ଧେଶ୍ୱର ତାଣ୍ଡି, ଲିଲି ସାହୁ, ଅଶ୍ୱିନୀ ସାହୁ ଓ ମଲମୁଣ୍ଡା କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ସକ୍ରିୟ ସହଯୋଗ କରିଥିଲେ । ଶେଷରେ ଉପସ୍ଥିତ ସମସ୍ତ ଅତିଥି, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନଙ୍କୁ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶଶାଙ୍କ ଶେଖର ବହିଦାରଙ୍କ ଦ୍ଵାରା ଧନ୍ୟବାଦ ଅର୍ପଣ କରାଯାଇ କାର୍ଯ୍ୟକ୍ରମ ସାଙ୍ଗ କରାଯାଇଥିଲା ।

Leave A Reply

Your email address will not be published.