jayashree

ବ୍ଲକସ୍ତରୀୟ ଜାତୀୟ ଶିଶୁ ବିଜ୍ଞାନ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଛାତ୍ରଛାତ୍ରୀ ମାନଙ୍କର ଅନ୍ତର୍ନିହିତ ଗୁଣାବଳୀକୁ ପରିସ୍ଫୁଟନ କରିବା ଲକ୍ଷ୍ୟ ନେଇ ବ୍ଲକ ସ୍ତରୀୟ ଜାତୀୟ ଶିଶୁ ବିଜ୍ଞାନ ମେଳା -୨୦୨୬ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଲଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିଜ୍ଞାନ ମେଳାରେ ଜମରତଲା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜେଶ କୁମାର ଖମାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପ୍ରେରଣା ଦେଇଥିଲେ । ଦେଓଲି ଉଚ୍ଚ ବିଦ୍ୟାଳୟ ସତୀଭଟାର ପ୍ରଧାନଶିକ୍ଷକ ମାନସ ରଞ୍ଜନ ଶତପଥୀ କାର୍ଯ୍ୟକ୍ରମଟିର ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମଟିରେ ମୋଟ ୨୦ଟି ପ୍ରତିଯୋଗୀ ଭାଗ ନେଇଥିଲେ । ଜମଲା ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ଜୟଶ୍ରୀ ସାହୁ ଏବଂ ରାଜବୋଢାସମ୍ବର ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ସୁଶ୍ରୀ ପ୍ରୀତିରଶ୍ମି ସେଠ୍ ବିଚାରକ ଦାୟିତ୍ଵ ତୁଲାଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଆରାଧ୍ୟା ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ପିଏମ୍‌ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ମେଲଛାମୁଣ୍ଡାର ଛାତ୍ରୀ ସୋନାଲି ତାଣ୍ଡି ଦ୍ଵିତୀୟ ଏବଂ ଓଏଭି ବାନ୍ଦୂପାଲିର ଛାତ୍ର ଅନ୍ଵେଷ ଭଗତ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଶେଷରେ ମାନସ ରଞ୍ଜନ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.