pakka

ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଚିତ୍ରାଙ୍କନ ଓ ବକୃତା ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୃଷଣ ନିୟନ୍ତ୍ରଣ ବୋର୍ଡ, ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ଓ ୟୁଥ୍ ମୁଭମେଣ୍ଟ ଫେଡେରେସନ ଅଫ୍ ଇଣ୍ଡିଆ ( ୱାଇଏମ୍‌ଏଫ୍‌ଆଇ )ର ମିଳିତ ଆନୁକୂଲ୍ୟରେ ଆସନ୍ତା ୫ ତାରିଖରେ ହେବାକୁ ଥିବା ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀମାନଙ୍କୁ ନେଇ ଚିତ୍ରାଙ୍କନ ଓ ବକୃତା ପ୍ରତିଯୋଗିତା ସେକ୍ଟର ୧୯ ସ୍ଥିତ ଜ୍ଞାନଜ୍ୟୋତି ପବ୍ଲିକ୍ ସ୍କୁଲଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ରାଉରକେଲା ଆଞ୍ଚଳିକ ଅଧିକାରୀ ତଥା ବରିଷ୍ଠ ପରିବେଶବିତ୍ ଡଃ ବିନୋଦ ବିହାରୀ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ଅଧ୍ୟକ୍ଷ ଜଳଧର ମହାପାତ୍ର, ପରିବେଶ ଯନ୍ତ୍ରୀ ବିଜୟ କୁମାର ଭୋଇ ସମ୍ମାନୀତ ଅତିଥି ଭାବେ ଉପସ୍ଥିତ ଥିଲେ । ୱାଇଏମ୍‌ଏଫ୍‌ଆଇର ସାଧାରଣ ସମ୍ପାଦକ ବିବେକାନନ୍ଦ ଦାସଙ୍କ ଆବାହକତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଉରକେଲା ଓ ଆଖପାଖର ପ୍ରାୟ ୨୬ଟି ବିଦ୍ୟାଳୟର ସବ ଜୁନିଅର ଓ ସିନିଅର ବିଭାଗର ପ୍ରାୟ ୩୦୦ରୁ ଅଧିକ ଛାତ୍ର ଛାତ୍ରୀ ଚିତ୍ରାଙ୍କନ ପ୍ରତିଯୋଗିତାରେ ଭାଗ ନେଇଥିଲେ। ସେହିପରି ବକୃତା ପ୍ରତିଯୋଗିତାରେ ପ୍ରାୟ ୭୦ରୁ ଅଧିକ ଛାତ୍ର ଛାତ୍ରୀ ଭାଗନେଇ ଥିଲେ। “କେବଳ ଏକକ ପୃଥିବୀ” (ପ୍ରକୃତି ସହ ସ୍ଥିର ସହାବସ୍ଥାନ) ବିଷୟବସ୍ତୁ ଉପରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଚିତ୍ରାଙ୍କନ ପ୍ରତିଯୋଗିତାର ବିଚାରକ ଭାବେ ଦେବେନ୍ଦ୍ର ମହାରଣା, ରଶ୍ମିରେଖା ଧଳ, ସୁନିତା ମାହାତୋ ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ବକୃତା ପ୍ରତିଯୋଗିତାରେ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ନାୟକ, ନମ୍ରତା ମୁଲିକ ଓ ଅନିତା ଧଳ ପ୍ରମୁଖ ବିଚାରକ ଦାୟିତ୍ୱ ତୁଲାଇଥିଲେ। ଏସ୍‌ପିସିବିର ସେକ୍ସନ ଅଫିସର ଅନୁପ ଦତ୍ତ ଓ ଅନ୍ୟ ଷ୍ଟାଫ , ସନ୍ତୋଷ ରଥଙ୍କ ସହ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହିତ କରିଥଲେ । ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀ ମାନଙ୍କୁ ଆସନ୍ତା ୫ ତାରିଖ ଦିନ ବିଶ୍ଵ ପରିବେଶ ଦିବସ ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପୁରଷ୍କୃତ କରାଯିବ ବୋଲି ଆବାହକ ଶ୍ରୀ ଦାସ ସୂଚନା ଦେଇଛନ୍ତି।

Leave A Reply

Your email address will not be published.

one × three =