ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ରାଜ ବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ମାଧ୍ୟମିକ ସ୍କୁଲ ଛାତ୍ରଛାତ୍ରୀଙ୍କର ଗଣିତ ବିଷୟରେ ଦକ୍ଷତା ବୃଦ୍ଧି ନିମନ୍ତେ ବରଗଡ ଶିକ୍ଷା ଜିଲ୍ଲା ପ୍ରାୟୋଜିତ ଏକ ଦିବସୀୟ ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ସଭାପତିତ୍ୱ କରିଥିଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀମତୀ ଲୋଭାଦିନି ସାହୁ । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ ମୁଖ୍ୟଅତିଥି ଭାବରେ ଯୋଗଦାନ କରିଥିବା ବେଳେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଧୀରୋଜ୍ କୁମାର ପଟ୍ଟନାୟକ ସମ୍ମାନିତ ଅତିଥି ଓ ପାଇକମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନ ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ । ଖାଁ ଏକାଡେମୀରୁ ପ୍ରଶିକ୍ଷଣ ପାଇ ଆସିଥିବା ସାଧନ କର୍ମୀ ଚିତ୍ତରଞ୍ଜନ ସାହୁ ଓ ଅଶୋକ ପଣ୍ଡା ପଦମପୁର ଉପଖଣ୍ଡର ୫ଟି ବ୍ଲକରୁ ଆସିଥିବା ଗଣିତ ଶିକ୍ଷକ ମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ । ସଭା ଆରମ୍ଭରୁ ଗଣେଶ ଓ ମା’ ସରସ୍ଵତୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା ଓ ସ୍କୁଲର ଛାତ୍ରମାନେ ସ୍ଵାଗତ ସଙ୍ଗୀତ ଗାନ କରିଥିଲେ । ଶିକ୍ଷକ ଅଭିଳାଷ ସାହୁ ସ୍ୱାଗତ ଭାଷଣ ସହ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଶେଷରେ ସୁଶ୍ରୀ ପ୍ରୀତିରଶ୍ମୀ ସେଠ୍ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.