ଭବାନୀପାଟଣାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଜନଶୁଣାଣି ଶିବିରରେ ମୋଟ୍‌ ୨୨୪ଜଣ ଆବେଦନକାରୀ ନିଜ ନିଜ ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୬୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୩ ଜଣଙ୍କୁ ଏବଂ ରେଡ୍‌କ୍ରସ୍‌ ପାଣ୍ଠିରୁ ୨ ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା । ଏହି ଶିବିରରେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା ଏବଂ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.