ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତୁରେକେଲା ସଭାଗୃହରେ ଗଭର୍ଣ୍ଣିଙ୍ଗ ବଡି ମିଟିଂ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭାଗୃରେ ଆଜି ଗଭର୍ଣ୍ଣିଙ୍ଗ ବଡି ମିଟିଂ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ବ୍ଲକ୍ ଚେଆର୍‌ମେନ୍ ଯୋଗ ଦେଇଥିଲେ । ଏଥିରେ ସରକାରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବିପିଏମ୍ ମଞ୍ଚ ପରିଚାଳନା କରିଥିବା ବେଳେ ସ୍ୱାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟା ଓ ସମାଧାନ ବିଷୟରେ ଆଲୋକପାତ କରିଥିଲେ । ମୁଖ୍ୟ ଅତିଥି ବିଧାୟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ଦିଗ ସଂପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ବିଧାୟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀଙ୍କୁ ସାକ୍ଷାତ କରି ଆଲୋଚନା କରିଥିବା ମଧ୍ୟ ଜଣାପଡ଼ିଛି ।

Leave A Reply

Your email address will not be published.