pakka

ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ଅନୁଷ୍ଠିତ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଥମ ଶ୍ରେଣୀର ଅଭିଭାବକ ଓ ଅଭିଭାବିକା ମାନଙ୍କ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷା ବିକାଶ ସମିତି ବିଦ୍ୱତ ପରିଷଦ ସଭାପତି ଡ଼. ବାଞ୍ଛାନିଧି ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ କରି ଶିଶୁର ସାମଗ୍ରୀକ ବିକାଶରେ ପିତା, ମାତାଙ୍କ ଭୂମିକା ଉପରେ ମାର୍ଗଦର୍ଶନ କରିଥିଲେ । ଶିଶୁମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତଗାନ କରାଯାଇଥିଲା । ଭାରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସସ୍ମିତା ଶତପଥୀ ଗୁରୁମା କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ସମ୍ପାଦକ ଜନକଲାଲ ମେହେର ଧନ୍ୟବାଦ୍‌ ଅର୍ପଣ କରିଥିଲେ । ମାତୃଭାଷା ବିଷୟରେ ମନ୍ଦାକିନୀ ତ୍ରିପାଠୀ ଓ ଗଣିତ ବିଷୟରେ ଦୁର୍ବାଦଳ ସାହୁ ଗୁରୁଜୀ ଶିକ୍ଷାଦାନ କରିଥିଲେ । ପ୍ରାତଃ ପର୍ଯ୍ୟାୟ ପ୍ରମୁଖ ସୁଜାତା ତ୍ରିପାଠୀ ସୂଚନା ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୯୨ ଜଣ ପିତା, ମାତା ସମେତ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀରେ ଶିକ୍ଷାଦାନ କରୁଥିବା ସମସ୍ତ ଗୁରୁଜୀ, ଗୁରୁମା ଉପସ୍ଥିତ ଥିଲେ । ସମସ୍ତଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।

jay balangir
Leave A Reply

Your email address will not be published.

2 × 2 =