oom

ଫୁଲୁକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

jsmm

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଫୁଲୁକିମୁଣ୍ଡା ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଗୋପାଳଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଖପ୍ରାଖୋଲ ବିଡ଼ିଓ ବିବେକାନନ୍ଦ ଷଢଙ୍ଗୀ ମୁଖ୍ୟଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା କାର୍ଯ୍ୟକ୍ରମର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବିଜ୍ଞାନମେଳାରେ ୧୭୪ରୁ ଅଧିକ ପ୍ରକଳ୍ପ ଛାତ୍ରଛାତ୍ରୀମାନେ ପ୍ରଦର୍ଶନ କରିଥିଲେ । ସେମାନଙ୍କ ମଧ୍ୟରୁ ୭ ଜଣ ଛାତ୍ରଛାତ୍ରୀ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳାରେ ଯୋଗଦେବା ପାଇଁ ମନୋନୀତ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଖପ୍ରାଖୋଲ ବିଇଓ ଶଙ୍କର ପ୍ରସାଦ ମାଝୀ, ଏବିଇଓ ରୁଦ୍ରଦେବ ଷଡ଼ଙ୍ଗୀ, ବିଧାୟକ ପ୍ରତିନିଧି ପଦ୍ମନ କୁମାର ସିଂ ବରିହା, ପଞ୍ଚାୟତ ସମିତି ସଭ୍ୟ ଉପେନ୍ଦ୍ର ଭୋଇ, ବିଜ୍ଞାନ ମେଳା ସଂଯୋଜକ ଇଶପାଲ ସୁନା, ଓମ୍‌ ପ୍ରକାଶ ମେହେର ପ୍ରମୁଖ ଯୋଗଦେଇଥିବା ବେଳେ ବ୍ଲକର ବିଭିନ୍ନ ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବୈଜ୍ଞାନିକ ଚିନ୍ତାଧାରା ବୃଦ୍ଧି କରିବା ସହ ବିଜ୍ଞାନ ମେଳାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ ।

jittmm
Leave A Reply

Your email address will not be published.