csstore

ଖଇରା ସତ୍ୟ ମହିମା ସଂସ୍କୃତ ବିଦ୍ୟାପୀଠରେ ସମ୍ୱର୍ଦ୍ଧନା ସଭା ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ସତ୍ୟ ମହିମା ସଂସ୍କୃତ ବିଦ୍ୟାପୀଠ ଠାରେ ଜିଲ୍ଲାସ୍ତରୀୟ ସୁରଭି ଶିଶୁ ଉତ୍ସବ ରେ ୨୦୨୪ରେ ପୁରସ୍କୃତ ହୋଇ ଥିବା ଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଶିକ୍ଷା ଅଧିକାରୀ ବୈକୁଣ୍ଠ ଶବର, ଖଇରା ପ୍ରଧାନ ପଣ୍ଡିତ ଅକ୍ଷୟ କୁମାର ତ୍ୟାଗୀ, ଏବିଇଓ ଅରୁଣ ଯୋଶୀ, ବିଆର୍‌ଟି ଲକ୍ଷ୍ମୀକାନ୍ତ ଷଡ଼ଙ୍ଗୀ, ଡ଼. ନାରାୟଣ ମିଶ୍ର, ରୋହିତ ରଣା, କାର୍ତ୍ତିକ ଭୋଇ, ଗିରିଧାରୀ ତ୍ୟାଗୀ, ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଛାତ୍ରଛାତ୍ରୀ ଉପସ୍ଥିତ ରହି ଜିଲ୍ଲା ସ୍ତରୀୟ ଶିଶୁ ସୁରଭିରେ ତୃତୀୟ ସ୍ଥାନ ଅଧିକାର କରିଥିବା ଦଳଙ୍କୁ ଉତ୍ସାହିତ କରିବା ସହିତ ସ୍ୱାଗତ ଜଣାଇଥିଲେ । ଏଥିରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.