ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ କପସିଲା ପି.ଏମ୍.ଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଅନୁଷ୍ଠିତ

ତୁଷୁରା, (ଖୁସିରାନୀ ସାହୁ) : ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ କପସିଲା ପି.ଏମ୍‌.ଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନ୍ମଥ ରାଜହଂସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଏବିଇଓ ବିପିନ ବାଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଗଷ୍ଟ ମାସର ଶୈକ୍ଷିକ କ୍ୟାଲେଣ୍ଡରର ସଠିକ କ୍ରିୟାନ୍ୱୟନ ଉପରେ ଗୁରୁତ୍ୱାରୋପ କରିଥିଲେ । ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସିଆର୍‌ସିସି ଜଗମୋହନ ତ୍ରିପାଠୀ ୟୁଏଏସ୍, ୟୁଡାଇସ୍ ପ୍ଲସ୍ ଓ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଯଥାଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ପରାମର୍ଶ ଦେଇଥିଲେ । ସାଧନ କର୍ମୀ ଭାବେ ପୂରନ୍ ମେହେର ଯୋଗ ଦେଇ ଅଗଷ୍ଟ ମାସର ଏଜେଣ୍ଡା ଉପରେ ଆଲୋଚନା କରିଥିଲେ । ଶେଷରେ ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ପ୍ରଧାନ ଶିକ୍ଷୟିତ୍ରୀ ନିବେଦିତା ଭୋଇ, ଗୀତାଞ୍ଜଳି ପ୍ରଧାନ, ପ୍ରଧାନ ଶିକ୍ଷକ ଦୁତିଆ ସେଠ, ପ୍ରମୋଦ ନାଏକ, ଚନ୍ଦ୍ରଧ୍ୱଜ ମେହେର, ମୋହନ ଭୋଇ, ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ, ମିଲି ପୁରୋହିତ, ଦୁର୍ଗାମଣି ମହାନନ୍ଦ, ସହକାରୀ ଶିକ୍ଷୟିତ୍ରୀ ପ୍ରଭାତ କିଶୋର ରାଏ, ତହସିଲ ଭୋଇ, ସ୍ନେହାଶିଷ ତ୍ରିପାଠୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । ସ୍ଥାନୀୟ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

Leave A Reply

Your email address will not be published.