ppurohit

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ

2nd
  • ମୋଟ ୨୩୮ଗୋଟି ଅଭିଯୋଗର ହେଲା ଶୁଣାଣି

ବାରିପଦା, (ଦେବସ୍ମିତ ଚୌଧୁରୀ) : ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦାଠାରେ ଜିଲ୍ଲାପାଳ ହେମକାନ୍ତ ସୟ ଭା. ପ୍ର. ସେଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଆରମ୍ଭ ହୋଇଯାଇଛି । ଉକ୍ତ ଜନଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପଲ୍ଲୀ, ଭା.ପୋ.ସେ., ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଧର୍ମାନନ୍ଦ ବେହେରା, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକ, ବାରିପଦା ଉପଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କିଶୋର କୁମାର ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଥିଲେ । ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୨୩୮ଟି ଅଭିଯୋଗ ପତ୍ର ଶୁଣାଣି ପାଇଁ ଗ୍ରହଣ ହୋଇଥିଲା । ଉକ୍ତ ୨୩୮ଗୋଟି ଅଭିଯୋଗ ମଧ୍ୟରୁ ୨୦୨ଟି ବ୍ୟକ୍ତିଗତ ସମସ୍ୟା ସମ୍ଭନ୍ଧିତ ଥିବାବେଳେ, ୩୬ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟ ଉପରେ ଆଧାରିତ ଥିଲା । ୧୩ଟି ଆପତ୍ତିର ତତ୍କାଳ ସମାଧାନ ହୋଇଥିଲା । ଅଭିଯୋଗର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ୭ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪୫,୦୦୦/-ଟଙ୍କା ଏବଂ ୩ଜଣଙ୍କୁ ରେଡ କ୍ରସ ପାଣ୍ଠି ରୁ ୧୫,୦୦୦/-ଟଙ୍କା ମଂଜୁର କରିଛନ୍ତି । ଆଜିର ଜନ ଅଭିଯୋଗ ଶୁଣାଣୀରେ ଗ୍ରହଣ ହୋଇଥିବା ବିଭିନ୍ନ ବିଭାଗ ସମ୍ପର୍କିତ ଅନ୍ୟାନ୍ୟ ଅଭିଯୋଗ ଗୁଡିକ ଉପରେ ଅନୁଧ୍ୟାନ ପୂର୍ବକ ବିଚାର କରି ସେଗୁଡିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀମାନେ ସହଯୋଗ କରିଥିଲେ ।

Leave A Reply

Your email address will not be published.