oum

ମା’ ପାଇଁ ଗଛଟିଏ ଅଭିଯାନ : ବଲାଙ୍ଗିର ଠାରେ ଅନୁଷ୍ଠିତ ହେଲା ଚାରାରୋପଣ କାର୍ଯ୍ୟକ୍ରମ

jsm
  • ମା’ ଭଳି ବୃକ୍ଷ ମଧ୍ୟ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ : ଅତିରିକ୍ତ ଜିଲ୍ଲାପାଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କର ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅଭିଯାନ ଅନ୍ତର୍ଗତ, ବିଶ୍ୱ ପରିବେଶ ଦିବସ ସପ୍ତାହ ପାଳନ ଅବସରରେ ଆଜି ଅପରାହ୍ନରେ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ସେଠୀ ଯୋଗଦେଇ ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରେ ଚାରାରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ଅଧିକରୁ ଅଧିକ ଗଛ ଲଗେଇବା ଜରୁରୀ ବୋଲି ସେ କହିଥିଲେ । ଏହା ଏକ ସୁନ୍ଦର ଅଭିଯାନ ହୋଇଥିବାରୁ ଏହି କାର୍ଯ୍ୟକ୍ରମକୁ ଜନାଦୃତ କରିବା ନିମନ୍ତେ ସମସ୍ତେ ନିଜ ମା’ଙ୍କ ନାମରେ ଗୋଟିଏ ଗୋଟିଏ ଗଛ ଲଗାଇବାକୁ ଅତିରିକ୍ତ ଜିଲ୍ଲାପାଳ ନିବେଦନ ମଧ୍ୟ କରିଛନ୍ତି । ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡିଏଫ୍‌ଓ ସୁଦର୍ଶନ ବେହେରା, ଜିଲ୍ଲା ପର୍ଯ୍ୟଟନ ଅଧିକାରି ରବିନ୍ଦ୍ର ଦଳେଇ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ, ଅତିରିକ୍ତ ନିର୍ଦ୍ଦେଶକ (ଯୋଜନା) ସଞ୍ଜୟ ଯୋଗ ଦେଇଥିଲେ । ସୂଚନାଯୋଗ୍ୟ, ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଏକ ପେଡ୍‌ ମା’ କେ ନାମ୍‌ (ମା’ ପାଇଁ ଗଛଟିଏ) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ରାଜ୍ୟରେ ଏହି କାର୍ଯ୍ୟକ୍ରମକୁ ଆଗେଇ ନେବାପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଆହ୍ୱାନ ଜଣାଇଥିଲେ ।

Leave A Reply

Your email address will not be published.