csstore

ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ପାଳନ ଅବସରରେ ସଂସ୍କୃତି ବିଭାଗ ଦ୍ୱାରା ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

  • ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ କୃତି ଛାତ୍ରଛାତ୍ରୀ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବେ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ପାଳନ ଅବସରରେ ଜିଲ୍ଲାସ୍ତରୀୟ ପ୍ରବନ୍ଧ, ବକୃତା, କବିତା ଆବୃତ୍ତି, ସାହିତ୍ୟ ସମ୍ପର୍କିତ ସାଧାରଣ ଜ୍ଞାନ ଓ ଇଂରାଜୀରୁ ଓଡ଼ିଆ ଅନୁବାଦ ପ୍ରତିଯୋଗିତା ଉଭୟ ବରିଷ୍ଠ ଓ କନିଷ୍ଠ ବର୍ଗରେ ଆୟୋଜିତ ହୋଇଥିଲା । ଜିଲ୍ଲା ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନଙ୍କ ତତ୍ୱାବଧାନରେ ଜିଲ୍ଲା ସଂସ୍କୃତି ଭବନ ଜିଲ୍ଲା ଗ୍ରନ୍ଥାଗାର ଠାରେ ଆୟୋଜିତ ହୋଇଥିବା ବେଳେ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନ୍‌ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଅନୁଷ୍ଠିତ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ । ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଉଭୟ ବରିଷ୍ଠ ଓ କନିଷ୍ଠ ବର୍ଗର ପ୍ରତ୍ୟେକ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀ ବରିଷ୍ଠ ବର୍ଗ ନିମନ୍ତେ ତା ୧୩/୦୭/୨୪ ଓ କନିଷ୍ଠ ବର୍ଗ ନିମନ୍ତେ ତା ୧୪/୦୭/୨୪ ସକାଳ ୧୦. ୦୦ ସମୟରେ ଉତ୍କଳ ସଂଗୀତ ମହାବିଦ୍ୟାଳୟ ଭୁବନେଶ୍ୱର ଠାରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ । ତା ୦୩/୦୭/୨୪ ଦିନ ବ୍ଲକ ସ୍ତରରେ ଅନୁଷ୍ଠିତ ପ୍ରତିଯୋଗିତାରେ ଶ୍ରେଷ୍ଠ ହୋଇଥିବା ଛାତ୍ରଛାତ୍ରୀ ଆଜି ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ ।

jayashree
Leave A Reply

Your email address will not be published.