ଭବାନୀପାଟଣାରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବୁଧବାର ସ୍ଥାନୀୟ ମ୍ୟୁନିସିପାଲ୍‌ଟି ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶିଶୁର ଯତ୍ନ ଓ ସୁରକ୍ଷା ଅଧିନିୟମ ଏବଂ ବାଧ୍ୟତାମୂଳକ ଶିକ୍ଷା ଅଧିନିୟମ ସଚେତନତା ଉପରେ ଏହି କାର୍ଯ୍ୟକ୍ରମ କରାଯାଇଥିଲା । ଜିଲ୍ଲା ଓ ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଅନୁପ ରଞ୍ଜନ ପଟ୍ଟନାୟକ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶୁଭଗୌତମ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲା ଜର୍ଜ ଯଦୁମଣି ମିଶ୍ର, ଅତିରିକ୍ତ ଜିଲ୍ଲା ଓ ଦୌରାଜର୍ଜ ଶୁଭଞ୍ଜନ ମହାନ୍ତି, ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ରାଜୀବଲୋଚନ ସାହୁ, ରେଜିଷ୍ଟ୍ରାର ସିଭିଲ କୋର୍ଟ ଶ୍ରୀଦୀପ ମିଶ୍ର, ଅମେନ୍ସ କୋର୍ଟ ରଶ୍ମିରେଖା ପାତ୍ର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

Leave A Reply

Your email address will not be published.