pakka

ଗହୀରମଥାରେ ଅଲିଭ୍‌ ରିଡ୍‌ଲେଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ

bbehera

ରାଜନଗର : ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ୯ ତାରିଖରେ ୮୮ ହଜାର, ୧୦ରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭ୍‌ ରିଡ୍‌ଲେ ମା’ କଇଁଛ କୂଳଠାରୁ ୧ କିମି ଭିତରେ ଦୀର୍ଘ ୧ ମାସ ହେଲା ଭିଡ଼ ଜମାଇଥିଲେ ମଧ୍ୟ ପାଗ ଅନୁକୂଳ ହେଉ ନଥିବାରୁ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇ ନ ଥିଲେ । ଗତ ୯ ତାରିଖଠାରୁ ପାଗ ଶୁଖିଲା ସାଙ୍ଗକୁ ଦକ୍ଷିଣା ପବନ ବହିବାରୁ ଗୋଟିଏ ଦିନରେ ୨ ଲକ୍ଷ ୧୪ ହଜାର ୫୮ ମା’ ଅଲିଭ୍‌ ରିଡ୍‌ଲେ ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି । ଏହି ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ ଏମାନଙ୍କ ସୁରକ୍ଷା ପାଇଁ ରାଜନଗର ଡିଭିଜନ ବନ ବିଭାଗ ପକ୍ଷରୁ କଡ଼ାକଡ଼ି ବ୍ୟବସ୍ଥା କରାଯାଇଛି । ୩ କିମି ଯାଏ ବାଡ଼ ବୁଜାଯିବା ସହ ବନ କର୍ମଚାରୀମାନେ ଅଣ୍ଡାଦାନ ସ୍ଥଳକୁ ଜଗି ରହିଛନ୍ତି । ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ, ଗହୀରମଥା ରେଞ୍ଜ୍‌ ଅଫିସର ମାନସ କୁମାର ଦାସ ପ୍ରମୁଖ ଅଣ୍ଡାଦାନ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରୁଛନ୍ତି ।

jay balangir
Leave A Reply

Your email address will not be published.

five × 3 =