csstore

ଆଜିଠାରୁ ଜିଲ୍ଲାରେ ରବି ଧାନ କିଣା ଆରମ୍ଭ

  • ଝାଙ୍କରପାଲି ପେକ୍ସରେ ଧାନ କିଣାର ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ରବି ୨୦୨୨-୨୩ ବର୍ଷ ପାଇଁ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟିର ନିଷ୍ପତ୍ତି ଅନୁସାରେ ବଲାଙ୍ଗିର ଜିଲ୍ଲାରେ ଆଜିଠାରୁ ରବି ଧାନ କିଣା ଆରମ୍ଭ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଆଜି ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ଝାଙ୍କରପାଲି ପେକ୍ସରେ ରବି ଧାନ କିଣାର ଶୁଭାରମ୍ଭ କରିଛନ୍ତି । ବଲାଙ୍ଗିର ଜିଲ୍ଲାରେ ଚଳିତ ମଇ ମାସ ୨୬ ତାରିଖରୁ ୯୩ ଗୋଟି ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ) ଓ ୧୧ ଗୋଟି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଜରିଆରେ ଧାନ କ୍ରୟ କରାଯିବ । ଚଳିତ ରବି ବିପଣନ ବର୍ଷ ସକାଶେ ସାଧାରଣ ଏଫଏକ୍ୟୁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ଵିଣ୍ଟାଲ ପ୍ରତି ୨୦୪୦ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ଗ୍ରେଡ ଏ ଏଫଏକ୍ୟୁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ଵିଣ୍ଟାଲ ପ୍ରତି ୨୦୬୦ ଟଙ୍କା ଧାର୍ଯ୍ୟ କରାଯାଇଛି । ଝାଙ୍କରପାଲି ପେକ୍ସରେ ଧାନ କିଣା ଶୁଭାରମ୍ଭ କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ମୀର ରାଜା ଅଲ୍ଲୀ, ସମବାୟ ସମିତି ଉପ ନିବନ୍ଧକ ଦମୟନ୍ତୀ ସିଂଙ୍କ ସମେତ ଯୋଗାଣ, ସମବାୟ, ନିୟନ୍ତ୍ରିତ ବଜାର କମିଟି, ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ)ର ଅଧିକାରୀ ଓ କର୍ମଚାରୀ ଏବଂ ଚାଷୀମାନେ ଉପସ୍ଥିତ ଥିଲେ । ଚଳିତ ରବି ବର୍ଷ ପାଇଁ ଜିଲ୍ଲାରେ ୭୩୧୦ ଜଣ ଚାଷୀ ପେକ୍ସ ଓ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଧାନ ବିକ୍ରୟ କରିବା ପାଇଁ ପଞ୍ଜୀକରଣ କରିଛନ୍ତି ।

jayashree
Leave A Reply

Your email address will not be published.