
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ସମ୍ଭାବ୍ୟ ପ୍ରବଳ ବର୍ଷା ଓ ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାରେ ୨୮ ତାରିଖ ବୁଧବାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ଏନେଇ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ୨୭ ଅକ୍ଟୋବର ୨୦୨୬ରେ ଜାରି ଆଦେଶ ନଂ. ୧୧୭୮/ଏମ୍ଜି ଅନୁଯାୟୀ ଏହି ନିଷ୍ପତ୍ତି ନିଆଯାଇଛି । ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ, ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବନ୍ଦ ରହିବ । ଏଥିସହ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ମଧ୍ୟ ଛୁଟି ଘୋଷଣା କରାଯାଇଛି । ତେବେ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ରହିଲେ ମଧ୍ୟ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କ ପାଇଁ ଏହି ନିର୍ଦ୍ଦେଶ ଲାଗୁ ହେବ ନାହିଁ । ସେମାନେ ନିଜ ନିଜ ବିଦ୍ୟାଳୟରେ ଉପସ୍ଥିତ ରହି ଦାୟିତ୍ୱ ସମ୍ପାଦନ କରିବେ ବୋଲି ନିର୍ଦ୍ଦେଶରେ ସ୍ପଷ୍ଟ କରାଯାଇଛି । ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ଗ୍ରହଣ କରିଛି ।