
ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଓ ଭଞ୍ଜ ସାଂସ୍କୃତିକ ନ୍ୟାସର ମିଳିତ ଆନୁକୂଲ୍ୟରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଆସନ୍ତା ୮ ତାରିଖ ରବିବାର ଦିନ ଦିବା ୧୦ ଘଟିକା ସମୟରେ ଆଦର୍ଶ ସାହିତ୍ୟ ଘରଠାରେ ମହାସମାରୋହରେ ପାଳନ କରାଯିବ । ଏହି କାର୍ଯ୍ୟକ୍ରମରେ ଇସ୍ପାତ ସ୍ୱୟଂ ଶାସିତ ମହାବିଦ୍ୟାଳୟର ସେବା ନିବୃତ ଅଧ୍ୟକ୍ଷ ପ୍ରାଧ୍ୟାପକ ଶଙ୍କର ପ୍ରସାଦ ତ୍ରିପାଠୀ ମୁଖ୍ୟଅତିଥି ଓ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଭଞ୍ଜ ସାହିତ୍ୟ ପ୍ରବକ୍ତା ଓ ଗବେଷକ ଡାକ୍ତର କୃଷ୍ଣକେଶବ ଷଡ଼ଙ୍ଗୀ ଯୋଗ ଦେବେ ବୋଲି ସ୍ୱୀକୃତି ପ୍ରଦାନ କରିଛନ୍ତି । ଏଣୁ ଏହି କାର୍ଯ୍ୟକ୍ରମରେ ସହରବାସୀ ବହୁସଂଖ୍ୟାରେ ଯୋଗଦେଇ ଏହି ସାରସ୍ଵତ ସଭାକୁ ସଫଳ କରିବା ପାଇଁ ଆଦର୍ଶ ପାଠାଗାରର ସଭାପତି ତଥା ଭଞ୍ଜ ସାଂସ୍କୃତିକ ନ୍ୟାସର ସମ୍ପାଦକ ଚନ୍ଦ୍ର ଶେଖର ଶତପଥୀ ଓ ଆଦର୍ଶ ପାଠାଗାରର ସାଧାରଣ ସମ୍ପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆ ଅନୁରୋଧ କରିଛନ୍ତି ।