ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ଆସନ୍ତା କାଲି ବନ୍ଦ ରହିବ

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ଆସନ୍ତା କାଲି ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ଥିବା ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବି‌ଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ସୂଚନା ପ୍ରଦାନ କରାଯାଇଛି । ଅନ୍ୟପଟେ ଚଳିତ ମାସ ୨୮ ଏବଂ ୨୯ ତାରିଖ ଯଥାକ୍ରମେ ଦୋଳ ପୂର୍ଣ୍ଣିମା ଏବଂ ହୋଲି ପର୍ବ ଉପଲକ୍ଷେ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ଏନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି ।

Leave A Reply

Your email address will not be published.