pakka

ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ, ବଢୁଛି ଜନ ଅସନ୍ତୋଷ

bbehera

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ଦିଗହରା । ଏହି ବ୍ଲକ ଅନ୍ତର୍ଗତ କୁଶପଲି ଠାରୁ ଆରମ୍ଭ କରି ସନ୍ତୋଷପୁର ପର୍ଯ୍ୟନ୍ତ ଭୟାମଲାଡ଼ ଓ ବରୋଦା ଦେଇ ହେଉଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ଦେଖିବାକୁ ମିଳିଛି । ଫଳରେ ଦିନକୁ ଦିନ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ଗ୍ରାମ୍ୟ ଉନ୍ନୟନ ମନ୍ତ୍ରାଣାଳୟ ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ୨ କୋଟି ୩୪ ଲକ୍ଷ ବ୍ୟୟ ଅଟକଳରେ ନିର୍ମାଣ ହେଉଥିବା ୪ କି.ମି. ରାସ୍ତା ନିର୍ମାଣ କାର୍ଯ୍ୟ ସେପ୍ଟେମ୍ବର ୨୦୨୧ରୁ ଆରମ୍ଭ ହୋଇ ଜୁନ୍‌ ୨୦୨୨ରେ ଶେଷ ହେବା ପାଇଁ ପ୍ରଶାସନ ପକ୍ଷରୁ ଧାର୍ଯ୍ୟ କରାଯାଇଥିଲା । ଅବଧି ସରିବାର ୫ ମାସରୁ ଅଧିକ ସମୟ ବିତି ଯାଇଥିଲେ ମଧ୍ୟ ରାସ୍ତା ନିର୍ମାଣ କାମ ସମ୍ପୂର୍ଣ୍ଣ ହୋଇନାହିଁ । ଯାହାକୁ ନେଇ ତିନି ଗ୍ରାମବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଛି । ଯୁଦ୍ଧକାଳୀନ ଭିତ୍ତିରେ ରାସ୍ତା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଗଣମାଧ୍ୟମକୁ ସୂଚନା ଦିଆଯାଇଛି । ଏ ସମ୍ପର୍କରେ ବିଡ଼ିଓ ଜସ୍ମିନ ପ୍ରଧାନଙ୍କୁ ପଚାରିବାରୁ କ’ଣ ହୋଇଛି ଉକ୍ତ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ପଦକ୍ଷେପ ଗ୍ରହଣ କରିବେ ବୋଲି ସେ କହିଛନ୍ତି ।

jay balangir
Leave A Reply

Your email address will not be published.

3 + twenty =