ଆଜିଠୁ ୨୮ ତାରିଖ ଯାଏ ବର୍ଷାର ଆଶଙ୍କା

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଜିଠୁ ୨୮ ତାରିଖ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ରହିଛି । ତେଣୁ ୨୬ରୁ ୨୮ ତିନି ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Leave A Reply

Your email address will not be published.