jayashree

ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଜନତା ପାର୍ଟିର ଅନ୍ୟତମ ପ୍ରତିଷ୍ଠାତା ସଦସ୍ୟ ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଆଜି ପବିତ୍ର ପୁଣ୍ୟତିଥୀରେ ଇସ୍ପାତ ସହରର ସେକ୍ଟର-୫ ସ୍ଥିତ ଅଟଳ ବିହାରୀ ବାଜପେୟୀ ପାର୍କରେ ରଘୁନାଥପାଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟିର କର୍ମୀମାନେ ଏକତ୍ରିତ ହୋଇ ସ୍ୱର୍ଗତ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ଅବସରରେ ବିଧାୟକ ଦୁର୍ଗା ଚରଣ ତନ୍ତୀ ନିଜ ବକ୍ତବ୍ୟରେ ସ୍ୱର୍ଗତ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଜଣେ ସଚ୍ଚୋଟ, କର୍ମଠ ଏବଂ ନିଷ୍ଠାପର ସମର୍ପିତ ରାଷ୍ଟ୍ରବାଦୀ ପୁରୁଷ ଥିଲେ ବୋଲି କହିଥିଲେ । ଏହି ଶ୍ରଦ୍ଧାଞ୍ଜଳି ସଭାରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ଏବଂ ଜିଲ୍ଲା ସ୍ତରୀୟ ନେତାଙ୍କ ସମେତ ବହୁ କର୍ମୀମାନେ ମଧ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.