ଭୁବନେଶ୍ୱର : ଆଉ ନାହାନ୍ତି ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ, ଆଲବମ ଜଗତର କିଙ୍ଗ କୁହା ଯାଉଥିବା ଅଭିଜିତ ମଜୁମଦାର । ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଭଲ ନଥିଲା । ଲିଭର ଜନିତ ସମସ୍ୟାରେ ସେ ପୀଡିତ ଥିଲେ । ତାଙ୍କର ସ୍ୱାସ୍ଥ୍ୟ ଅଧିକ ଖରାପ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ସକାଳ ୯.୦୨ ମିନିଟରେ ତାଙ୍କର ମୃତ୍ୟୁ ହୋଇଛି । ମଲ୍ଟି ଅର୍ଗାନ ଫେଲ ହେବା ଯୋଗୁ ଅଭିଜିତ କୋମାରେ ଥିଲେ । ୫୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ କଣ୍ଠଦାନ କରିଛନ୍ତି । ତାଙ୍କ ଦେହାନ୍ତରେ ସାରା ଓଲିଉଡରେ ଶୋକର ଛାୟା ଖେଳିଯାଇଛି ।