ରାଜ୍ୟର ସମସ୍ତ ଐତିହ୍ୟସ୍ଥଳୀ ଆସନ୍ତା ୧୬ରୁ ଖୋଲିବ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଏଏସଆଇ ପକ୍ଷରୁ ରାଜ୍ୟର ସମସ୍ତ ଐତିହ୍ୟସ୍ଥଳୀ ଆସନ୍ତା ୧୬ରୁ ଖୋଲିବ ନେଇ ବିଜ୍ଞପ୍ତି ଜାରି କରାଯାଇଛି । ତେବେ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ ଅନୁସାରେ ଏହା ଖୋଲାଯିବ । କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦେଖି ଏପ୍ରିଲ ୧୫ରୁ ରାଜ୍ୟର ସମସ୍ତ ଐତିହ୍ୟସ୍ଥଳୀ ବନ୍ଦ ରହିଛି । ତେବେ ଏଗୁଡ଼ିକ ଖୋଲିଲେ ମଧ୍ୟ ରାଜ୍ୟ ସରକାରଙ୍କ ଦ୍ୱାରା ଲାଗୁ କରୋନା ନିୟମାବଳୀ ପାଳନ ହେବ । ଆଜି ଭାରତୀୟ ପ୍ରତ୍ନତତ୍ୱ ବିଭାଗ (ଏଏସଆଇ) ପକ୍ଷରୁ କୁହାଯ଼ାଇଛି ଯ଼େ, ଆସନ୍ତା ୧୬ ତାରିଖରୁ ବିଭାଗ ଅଧିନରେ ସାରା ଦେଶରେ ଥିବା ଐତିହ୍ୟସ୍ଥଳୀ ଓ ମ୍ୟୁଜିୟମଗୁଡ଼ିକ ଖୋଲିବ ।

Leave A Reply

Your email address will not be published.