ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ହୁମ୍ବର ଗ୍ରାମରେ ଅବସ୍ଥାପିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ରବିବାର ପାଳିତ ହୋଇଯାଇଛି । ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି କୃତ୍ତି ବିଦ୍ୟାର୍ଥୀଙ୍କୁ ପୁରସ୍କାର ପ୍ରଦାନ ସହ ସମ୍ବର୍ଦ୍ଧିତ କରିଥିଲେ । ବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀ ତଥା ପୂର୍ବତନ ବରିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀ, ପ୍ରଧାନଶିକ୍ଷକଙ୍କୁ ମାନପତ୍ର ସହ ଉପଢୌକନ ଦେଇ ମଞ୍ଚରେ ସମ୍ବର୍ଦ୍ଧିତ କରାଯାଇଥିଲା । ଛାତ୍ରଛାତ୍ରୀ ମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହ ବକ୍ତା ମାନଙ୍କର ସମ୍ଭାଷଣ ଆଦି ଖୁବ୍ ଉତ୍ସାହ ଉଦ୍ଦୀପନା ମଧ୍ୟରେ ସମ୍ପାଦିତ ହୋଇଥିଲା । ମୁଖ୍ୟବକ୍ତା ଭାବେ ଭାଗବତ ଭାସ୍କର ପଣ୍ଡିତ ଜଗନ୍ନାଥ ପଣ୍ଡା, ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତୀ ସଂଯୁକ୍ତା ରଥ, ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ. ଅଶୋକ କୁମାର ପଟ୍ଟନାୟକ ସମ୍ମାନିତ ଅତିଥୀ ଭାବେ ଯୋଗଦେଇ ଉତ୍ସାହିତ କରିଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଅଞ୍ଜଳି କୁମାରୀ ପାତ୍ର ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ । ଉପଦେଷ୍ଟା ଅଭିରାମ ବେହେରା, ବିଦ୍ୟାଳୟ ସଭାପତି ଦୁର୍ଗା ଚରଣ ପଲେଇ ପ୍ରମୁଖ କାର୍ଯ୍ୟକ୍ରମରେ ସକ୍ରୀୟ ସହଯୋଗ ଓ ପରିଚାଳନା କରିଥିଲେ । ସର୍ବଶେଷରେ ବିଦ୍ୟାଳୟ ପରିସରରେ ସ୍ଥାପିତ ପୂର୍ବତନ ସ୍ୱର୍ଗୀୟ ପ୍ରଧାନଶିକ୍ଷକ କୁଞ୍ଜ ବିହାରୀ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଆନୁଷ୍ଠାନିକ ଭାବେ ଉନ୍ମୋଚତ କରାଯାଇଥିଲା ।
Next Post