csstore

ସଞ୍ଚୟ ଏବଂ ଆର୍ଥିକ ସେବା ବିଭାଗ ପକ୍ଷରୁ ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୁକ୍ତିକରଣ ଶିବିର ଆୟୋଜିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ପ୍ରଶାସନର ଉପ-ଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀରଙ୍କ ନିର୍ଦ୍ଦେଶକ୍ରମେ ସଞ୍ଚୟ ଏବଂ ଆର୍ଥିକ ସେବା ବିଭାଗ ପକ୍ଷରୁ ଏକ ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୁକ୍ତିକରଣ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ରାଜସ୍ଵ ଡାକବଙ୍ଗଳା ସମ୍ମିଳନୀ କକ୍ଷରେ ଆୟୋଜିତ ସାକ୍ଷରତା ଶିବିରରେ ବ୍ରହ୍ମପୁର ଡିଭିଜନର ସିନିୟର୍ ସୁପେରିଟେଣ୍ଡ ଅଫ୍ ପୋଷ୍ଟ, ବସନ୍ତ କୁମାର ପଣ୍ଡା, ସିନିୟର୍ ବ୍ରାଞ୍ଚ ମ୍ୟାନେଜର୍ ଅଫ୍‌ ଇଣ୍ଡିଆନ୍ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ, ସମ୍ପତ ଭେଙ୍କଟ ରମଣ୍, ସଞ୍ଚୟ ଏବଂ ଆର୍ଥିକ ସେବା ବିଭାଗର ପୂର୍ବତନ ଡେପୁଟି ଡାଇରେକ୍ଟର୍ ଧ୍ରୁବ କୁମାର ନାୟକ, ପୋଷ୍ଟାଲ୍ ଲାଇଫ୍ ଇନ୍‌ସୁରାନ୍ସ ଡେଭେଲ୍‌ପମେଣ୍ଟ ଅଫିସର ରୁଦ୍ର ଶଙ୍କର ସାହୁ, ଇଞ୍ଜିନିୟର ସ୍କୁଲ ପୋଷ୍ଟ ଅଫିସର ସବ୍-ପୋଷ୍ଟ ମାଷ୍ଟର ଶ୍ରୀମତୀ ପ୍ରତିଭା ପାତ୍ର ଅତିଥି ଭାବେ ଯୋଗ ଦେଇଥିଲେ । ବିଭିନ୍ନ ସ୍ୱଳ୍ପ ସଞ୍ଚୟ ଯୋଜନା, ସୁରକ୍ଷିତ ସଞ୍ଚୟ, ଭାରତ ସରକାରଙ୍କ ଦ୍ଵାରା ପ୍ରଚଳିତ ବିଭିନ୍ନ ବୀମା, ଓଡିଶା ସରକାରଙ୍କ ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା ଉଠାଣ ସମ୍ବନ୍ଧରେ ଆଲୋଚନା କରଯାଇଥିଲା । କାର୍ଯ୍ୟକ୍ରମକୁ ବ୍ରହ୍ମପୁର ଅତିରିକ୍ତ ଜିଲ୍ଲା ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ, ସ୍ଵାଭିମାନ ସାହୁ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ବହୁ ଅଙ୍ଗନୱାଡି କର୍ମୀ, ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ସଦସ୍ୟାଗଣ ଯୋଗ ଦେଇଥିଲେ ।

jayashree
Leave A Reply

Your email address will not be published.