jsm

ଝିରପାଣି ହାଇସ୍କୁଲରେ ଆୟୋଜିତ ସୁରଭି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ବିଧାୟକ ଦୁର୍ଗା ଚରଣ ତନ୍ତୀ

csstore

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ଉପଖଣ୍ଡ ଅଂଚଳର ବିଶ୍ରା ବ୍ଲକ ଅଧୀନରେ ଥିବା ଝିରପାଣି ହାଇସ୍କୁଲ ପ୍ରାଙ୍ଗଣରେ ଆଜି ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ରଘୁନାଥପାଲ୍ଲୀ ବିଧାୟଜ ଦୁର୍ଗା ଚରଣ ତନ୍ତୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜ ବକ୍ତବ୍ୟରେ ଛୋଟ ଛୋଟ ଶିଶୁ ମାନଙ୍କ ମଧ୍ୟରେ ଲୁଚି ରହିଥିବା ଅନ୍ତଃର୍ନିହିତ ଗୁଣକୁ ଚିହ୍ନି ତାର ବିକାଶ କରି ଶିଶୁର ପ୍ରଶିକ୍ଷଣ ପ୍ରତି ଗୁରୁତ୍ୱ ଦେବାର ଆବଶ୍ୟକତା ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ସମେତ ବିଭିନ୍ନ ସ୍କୁଲର ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ସମେତ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ ବୋଲି ଜିଲ୍ଲା ମୁଖପାତ୍ର ଗଙ୍ଗାଧର ଦାଶ ଏକ ପ୍ରେସ ବିବୃତିରେ ଜଣାଇଛନ୍ତି ।

yuvodaya
Leave A Reply

Your email address will not be published.