ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ : ୭ ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର

ଭୁବନେଶ୍ୱର , (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍‌ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିଛନ୍ତି । ଏହାସହିତ ବାଲେଶ୍ବରରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡ, ରକ୍ତ ବର୍ଗୀକରଣ ୟୁନିଟ ଉଦଘାଟନ କରିଛନ୍ତି।

କଟକରେ ଫୁସଫୁସ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଏବଂ ନବରଙ୍ଗପୁରରେ ଏକ ଆର୍‌ଟିପିସିଆର୍‌ ଟେଷ୍ଟ ଲାବୋରେଟୋରୀର ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି । ଏହି ସମସ୍ତ ଭିତ୍ତିଭୂମି ପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି ।

ଭୁବନେଶ୍ବରରେ କୋଭିଡ ମୁକାବିଲା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆଉ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପୂର୍ବରୁ ଏଥିପାଇଁ ୭୭ କୋଟି ଟଙ୍କା ଦିଆଯାଇଛି । ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀଙ୍କ ସଖ୍ୟା ମଧ୍ୟ ଏଠାରେ ସର୍ବାଧିକ ।

Leave A Reply

Your email address will not be published.

12 + eight =