oum

ବଡ଼ଦିନ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନକୁ ବଡ଼ଦିନ ରୂପେ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍‍ଧାମ୍‍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବ ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।

Leave A Reply

Your email address will not be published.