centurian jitm

ଜିଲ୍ଲା ସ୍ତରୀୟ ରବି ଧାନକ୍ରୟ କମିଟି ବୈଠକ

nschool
  • ମଇ ମାସ ୨୩ ତାରିଖରୁ ରବି ଧାନ କ୍ରୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂ ଦେଓ, ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଏବଂ ମାନ୍ୟବର କ୍ୟାବିନେଟ ମନ୍ତ୍ରୀ, ସ୍ୱାସ୍ଥ୍ୟଓ ପରିବାର କଲ୍ୟାଣଙ୍କ ପ୍ରତିନିଧି ଜିଲ୍ଲା ପରଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗିର ବିଧାୟକଙ୍କ ପ୍ରତିନିଧି, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର, ବଲାଙ୍ଗିର ଜିଲ୍ଲା କୃଷକ ମହାସଂଘର ସଭାପତି ଜତି ପ୍ରଧାନ, ଟିଟିଲାଗଡ ଉପ ଜିଲ୍ଲାପାଳ ରେହାନ କ୍ଷେତ୍ରୀ, ବଲାଙ୍ଗିର ଉପ ଜିଲ୍ଲାପାଳ ଆଲୋକ କୁମାର ପଟେଲ, ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ ପଣ୍ଡାଙ୍କ ସମେତ ଯୋଗାଣ ବିଭାଗ ,ସମବାୟ ବିଭାଗ ,କୃଷି ବିଭାଗ ,ଜଳସେଚନ ବିଭାଗ ,ନିୟନ୍ତ୍ରିତ ବଜାର କମିଟିର ଅଧିକାରୀ ମାନେ ଉପସ୍ଥିତ ଥିଲେ । ବୈଠକ ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ ପଣ୍ଡା ସମସ୍ତଙ୍କୁ ସ୍ଵାଗତ କରିବା ସହ ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ପ୍ରକ୍ରିୟା ଓ ଏ ସମ୍ପର୍କରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ ୨୩ ତାରିଖ ଠାରୁ ରବି ଧାନ କ୍ରୟ ଆରମ୍ଭ ହେବ । ଏଥି ନିମନ୍ତେ ୧୧୨ ଗୋଟି ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ) ଓ ୧୦ ଗୋଟି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ,ସମୁଦାୟ ୧୨୨ ଗୋଟି ଧାନ କ୍ରୟ କେନ୍ଦ୍ର ଜରିଆରେ ପଞ୍ଜୀକୃତ ଚାଷୀ ମାନଙ୍କ ଠାରୁ ରବି ଧାନ କ୍ରୟ କରାଯିବ ଚଳିତ ବର୍ଷ ରବି ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର ୧୧୬୫୩ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି । ସମୁଦାୟ ୨,୦୫,୭୮୦ କୁଇଣ୍ଟାଲ ଧାନ କ୍ରୟର ଟାର୍ଗେଟ ପ୍ରଥମ ପର୍ଯ୍ୟାୟରେ ଜିଲ୍ଲା କୁ ମିଳିଛି ଜ୍ଝ ଗ୍ରୀଷ୍ମ ପ୍ରବାହ ତଥା ଅଦିନିଆ ବର୍ଷା କୁ ଦୃଷ୍ଟିରେ ରଖି ସମସ୍ତ ଧାନ କ୍ରୟ କେନ୍ଦ୍ର ଗୁଡିକରେ ଆନୁସାଙ୍ଗିକ ବ୍ୟବସ୍ଥା କରିବା ସହ ପାନୀୟ ଜଳ ,ବିଜୁଳି ,ଟାରପୋଲିନ ଓ ଚାଷୀ ମାନଙ୍କ ନିମନ୍ତେ ଆଶ୍ରୟ ସ୍ଥଳୀ ପ୍ରତି ବିଶେଷ ଗୁରୁତ୍ଵ ଦେବା ସହ ଚାଷୀ ମାନେ ଯେପରି ରବି ଧାନ ବିକ୍ରୟକୁ ସହଜ , ସୁବିଧା ଓ ସ୍ଵଚ୍ଛତାରେ କରିପାରିବେ ସେଥିପ୍ରତି ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରବିଧାନ କ୍ରୟ ପ୍ରକ୍ରିୟାର ସମସ୍ତ ସୂଚନା ଯେପରି ଚାଷୀ ମାନେ ପାଇପାରିବେ ସେ ସମ୍ପର୍କରେ ବ୍ୟାପକ ପ୍ରଚାର ପ୍ରସାର କରିବାକୁ ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବାସହ ଧାନ କ୍ରୟ କେନ୍ଦ୍ର ଗୁଡିକରେ ସିସିଟିଭିର ସଂଯୋଗ ସହ ଏହାର ଉପଯୁକ୍ତ କାର୍ଯ୍ୟକାରିତାକୁ ସୁନିଶ୍ଚିତ କରିବା , କୋଭିଡ ଉଚିତ ବ୍ୟବହାରର ଅନୁପାଳନ କରିବା, ଧାନ କ୍ରୟ କେନ୍ଦ୍ର ଗୁଡିକରେ ଧାନ ପହଞ୍ଚିବା ରେଜିଷ୍ଟର ଉପଲବ୍ଧ କରିବା, ଏବଂ ଫ୍ଲାଇଙ୍ଗ ସ୍କ୍ବାଡ଼ ଗଠନ କରି ନିୟମିତ ତଦାରଖ କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଲୋକ ପ୍ରତିନିଧି ମାନେ କରୁଥିବା ଅଭୋଯୋଗ ତଦନ୍ତ କରି ସେମାନଙ୍କୁ କଣ କଣ ପଦକ୍ଷେପ ନିଆ ଗଲା ଜଣେଇବାକୁ ଆଦେଶ ଦେଇଥିଲେ । ବୈଠକ ଶେଷରେ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.