oom

ସେବା ଓ ବିକାଶ ବାହାନ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

jsmm

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ଆଜି ସେବା ଓ ବିକାଶ ବାହାନ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଙ୍ଗୋମୁଣ୍ଡା ବିଡ଼ିଓ ବାସନ୍ତୀ ସେଠିଙ୍କ ସଭାପତିତ୍ୱରେ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ଅତିରିକ୍ତ ତହସିଲଦାର ହେମନ୍ତ କୁମ୍ଭାର, ବିଧାୟକଙ୍କ ପ୍ରତିନିଧି ଯୌବନ ବାଗ,ସାଂସଦଙ୍କ ବଙ୍ଗୋମୁଣ୍ଡା ବ୍ଲକ ପ୍ରତିନିଧି ଅନିଲ ନାଏକଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀମାନେ ସାମିଲ ହୋଇଥିଲେ । ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା । ଆସନ୍ତା ୧୨ ତାରିଖଠାରୁ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରାମ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି । ଏଥିରେ ଜିପିଡିଓ ପୁରୁଷୋତ୍ତମ ମାଝୀ, ଏପିଓ ଲକ୍ଷ୍ମଣ କୁମାର ବୁଡେକ, ବିଇଓ ବୈକୁଣ୍ଠନାଥ ଶବର, ସିଡିପିଓ ମାଧୁରୀ ହୋତା ସହ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.