ବାଲିଗୁଡା ଏନଏସିରେ କାଉନସିଲ ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦର ସଭାଗୃହଠାରେ ୧୨ତମ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ, ସାଂସଦ ନଗର ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ବିଧାୟକ ପ୍ରତିନିଧି ଅବନୀ କାନ୍ତ ନାୟକ ସମେତ ସମସ୍ତ କାଉନସିଲରମାନେ ଉପସ୍ଥିତ ରହି ବାଲିଗୁଡା ଏନଏସିର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଏହି କାଉନସିଲ ବୈଠକରେ ବିଭିନ୍ନ ୱାର୍ଡରେ ଚାଲି ଥିବା ରାସ୍ତା ଘାଟ, ଡ୍ରେନେଜସମସ୍ୟା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସହର ପରିମଳ ବ୍ୟବସ୍ଥା ସୌନ୍ଦର୍ଯ୍ୟ କରଣ, ଟ୍ରାଫିକ ସମସ୍ୟା, ଆଲୋକିକରଣ ସମେତ ସହରରେ ଥିବା ବିଭିନ୍ନ ସମସ୍ୟା ବିଷୟରେ ବିଷଦ ଭାବରେ ଆଲୋଚନା ହୋଇଥିଲା । ଏଥି ସହିତ ଆଗାମୀ ସ୍ୱାୟତ୍ତ ଶାସନ ଦିବସ ଓ ସ୍ୱାଧୀନତା ଦିବସ ପାଳନ ସମ୍ପର୍କରେ ମଧ୍ୟ କାଉନସିଲ ବୈଠକରେ ଆଲୋଚନା ହୋଇଛି । ଏହି ବୈଠକରେ ସମସ୍ତ ଏନଏସି କର୍ମଚାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.