ଜିଲ୍ଲା ଦିଶା କମିଟି ବୈଠକ ଅନୁଷ୍ଠିତ

  • ବିଭିନ୍ନ ଯୋଜନାରର ଅଗ୍ରଗତି ଓ ସଫଳତା ଉପରେ ସମୀକ୍ଷା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଗୁରୁବାର ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା ସମିତି ସଭା (ଦିଶା)କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢୀ, ଉତ୍ତର ବନଖଣ୍ଡ ଅଧିକାରୀ ରମେଶ କୁମାର, ଦକ୍ଷିଣ ବନଖଣ୍ଡ ଅଧିକାରୀ ଆର କାଲାଇ ଭାନନ, ଧର୍ମଗଡ଼ ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ ପ୍ରମୁଖ ଯୋଗ ଦେଇଥିଲେ । ପ୍ରଥମେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପାଢ଼ୀ “ଦିଶା” ବୈଠକରେ ଉପସ୍ଥିତ ସମସ୍ତଙ୍କୁ ସ୍ଵାଗତ କରି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ର ଯୋଜନା ଓ ରାଜ୍ୟ ଯୋଜନାର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦେଇ ଜନ ପ୍ରତିନିଧି ଓ ସଭା ଅଧ୍ୟକ୍ଷଙ୍କ ଉପସ୍ଥାପିତ ବିଭିନ୍ନ ପ୍ରଶ୍ନ, ଅଭିଯୋଗ ଉପରେ ସଠିକ୍ ମତ ରଖିବାକୁ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନଙ୍କୁ କହିଥିଲେ । ଦିଶା ଅଧ୍ୟକ୍ଷା ତଥା ସାଂସଦ ମାଳବିକା ଦେବୀ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଆର ଡି, ପିଡବ୍ଲୁଡି, ଭତ୍ତା, ଜଳ ସେଚନ, ବିଦ୍ୟୁତ କରଣ, ସୁଭଦ୍ରା ଆଦି ଯୋଜନାର ଅଗ୍ରଗତି, ସଫଳତା ଓ ଲକ୍ଷ ଧାର୍ଯ୍ୟ ପୂରଣ ଉପରେ ସମୀକ୍ଷା କରିଥିଲେ । ସେହିପରି ଜିଲ୍ଲାର ବିକାଶ ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ନିଜ ନିଜ ବିଭାଗ ମଧ୍ୟରେ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଏହି ବୈଠକରେ ଜିଲ୍ଲାର ସମସ୍ତ ବ୍ଲକର ଅଧ୍ୟକ୍ଷ, ପୌରପାଳିକା, ଏନ୍ ଏ ସି ଅଧ୍ୟକ୍ଷ ଓ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.